BSE Odisha Class 7 Odia Solutions Chapter 1 କଳାମାଣିକରେ
BSE Odisha Class 7 Odia Solutions Chapter 1 କଳାମାଣିକରେ ପାଠ୍ୟପୁସ୍ତକସ୍ଥ ଅଭ୍ୟାସ କାର୍ଯ୍ୟର ଉତ୍ତର Question ୧। ଉତ୍ତର କୁହ । (କ) ମାତା ଯଶୋଦା କାହିଁକି ଚିନ୍ତିତ ହୋଇପଡ଼ିଛନ୍ତି ? Answer: ସ୍ନେହମୟୀ ମାତା ଯଶୋଦା କୃଷ୍ଣଙ୍କ ବନରୁ ଫେରିବା ବିଳମ୍ବରେ ଅଧୀରା ହୋଇପଡ଼ିଛନ୍ତି । ପ୍ରତ୍ୟହ ସନ୍ଧ୍ୟାପୂର୍ବରୁ କୃଷ୍ଣ ଗୋଚାରଣରୁ ଫେରିଆସନ୍ତି; କିନ୍ତୁ ସେଦିନ ସନ୍ଧ୍ୟା ଅତିକ୍ରାନ୍ତ ହୋଇଯାଇଛି; ତେଣୁ ମାତା ଯଶୋଦାଙ୍କ ମନ ଭୟ ଓ ନାନା ଆଶଙ୍କାରେ ବିବ୍ରତ ହୋଇପଡ଼ିଛି । (ଖ) ଶ୍ରୀକୃଷ୍ଣଙ୍କୁ କେଉଁ ଖାଦ୍ୟ ରୁଚୁ ନଥିଲା ? Answer: – ଶ୍ରୀକୃଷ୍ଣଙ୍କ ଶରୀର ଥୁଲା ଦୁର୍ବଳ । ତେଣୁ ମା’ ତାଙ୍କୁ ନାନା କ୍ଷୀରଜାତ ଦ୍ରବ୍ୟ; ଯଥା- ଗୋଟିକା, ଅଧାମ ଓ ସର ଆଦି ଯାଚି ଖୁଆଇବାକୁ ଚେଷ୍ଟା କରୁଥିଲେ । ମାତ୍ର ସେସବୁ ଖାଦ୍ୟ କୃଷ୍ଣଙ୍କୁ ରୁଚୁ ନଥିଲା । କିନ୍ତୁ ଲହୁଣି ପ୍ରତି ତାଙ୍କ ମନରେ ଗଭୀର ଆଗ୍ରହ ଥିଲା ଓ ମା’ଙ୍କୁ ସେ ଲହୁଣି ଲାଞ୍ଚ ମାଗୁଥିଲେ । (ଗ) ଯଶୋଦା ନିଜକୁ ଡଙ୍କୁଣୀ ବୋଲି କାହିଁକି କହିଛନ୍ତି ? Answer: ଯଶୋଦାଙ୍କର ବୃଦ୍ଧାବୟସରେ ଶ୍ରୀକୃଷ୍ଣ ଏକମାତ୍ର ସନ୍ତାନ ହୋଇଥିବାରୁ ସେ କ୍ଷଣମାତ୍ର ପାଖରୁ ଛାଡ଼ିବାକୁ ଇଚ୍ଛା କରୁନଥିଲେ; କିନ୍ତୁ କୃଷ୍ଣ ଗୋଚାରଣରେ ଯିବାକୁ ଜିଦ୍ କରୁଥିଲେ । ବନରୁ ଫେରିବାରେ ବିଳମ୍ବ ହେବାରୁ ଯଶୋଦା ବ୍ୟସ୍ତ ଓ ବିବ୍ରତ ହୋଇ ନିଜକୁ ଡଙ୍କୁଣୀ ବୋଲି କହି ଅନୁତାପ କରୁଥିଲେ । (ଘ...